କେମିତି କଟିବ ଆଜିର ଦିନ, ଜାଣନ୍ତୁ ଆଜିର ରାଶିଫଳ…

ମେଷ: ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଖେଳରେ ବିଜୟୀ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ରୋମାଣ୍ଟିକ୍ ମନୋଭାବରେ ରହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ: ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ: ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ ଓ ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ: ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ସେୟାର ବଜାରରେ ମୁନାଫା ମିଳିବ । ଜୀବନସାଥିଙ୍କ ସହଯୋଗରେ ଆଗକୁ ବଢିପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଆର୍ôଥକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ: ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ôଥକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା: ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ଆର୍ôଥକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ କରିପାରିବେ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା: ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ôଥକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶି ଯିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଛା: ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । କଠିନ ପରିଶ୍ରମ କରି ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କାର୍ଯ୍ୟକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ । ଅର୍ଥ କାରବାର ବିଷୟରେ ସାବଧାନ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଧନୁ: ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ । ଆର୍ôଥକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର: ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ: ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ôଥକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ।ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ: ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ୱାରା ଶୁଭ ସମାଚାର ଶୁଣିବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।