ଭୁବନେଶ୍ଵର: ରାଜ୍ୟରେ ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କର ମାସିକ ଭତ୍ତାକୁ ସରକାର ବୃଦ୍ଧି କରିଛନ୍ତି । ଏଣିକି ୧୮ ଶହ ଟଙ୍କା ବଦଳରେ ଗ୍ରାମରକ୍ଷୀ ମାସିକ ଭତ୍ତା ବାବଦରେ ପାଇବେ ଅଢ଼େଇ ହଜାର ଟଙ୍କା । ତେବେ
ସପ୍ତାହକୁ ଥରେ ସେମାନେ କାର୍ଯ୍ୟ କରୁଥିବା ସ୍ଥାନରେ ଯାଇ ଉପସ୍ଥାନ ଦେବାର ବ୍ୟବସ୍ଥା ମଧ୍ୟ ପ୍ରଚଳନ କରାଯାଇଛି । ଗ୍ରାମାଞ୍ଚଳରେ ଶାନ୍ତି ସୁରକ୍ଷା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।
ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ । ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।