ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା ୨ ଯୁବକଙ୍କ ଜୀବନ ଗଲା

ବାଇକ ଦୁର୍ଘଟଣାରେ ଚାଲିଗଲା ୨ ଯୁବକଙ୍କ ଜୀବନ । କଳାହାଣ୍ଡି ଜିଲ୍ଲା କୋକସରା ଥାନା ଲଡୁଗାଁ ପଞ୍ଚାୟତ ଭାଲୁପଡା ନିକଟରେ ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳିଛି । ବାଇକରୁ ପଡି ୨ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ୨ ଯୁବକ ହେଲେ କେନ୍ଦୁଡୋଙ୍ଗରି ଗ୍ରାମର ବବଲୁ ନାଏକ ଓ ଅମରେନ୍ଦ୍ର ମାଝୀ ।

 2 young men die in bike accident at koksara Photograph: (sambad.in)

ବବଲୁ ଓ ଅମରେନ୍ଦ୍ର ଭଇରୀପାଲି ଗ୍ରାମରୁ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବାଟରେ ସୁନାମାଲ ଭାଲୁପଡା ରାସ୍ତାର ଏକ ବୁଲାଣି ନିକଟରେ ଅଘଟଣ ଘଟିଥିଲା । ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି । ରାତି ତମାମ ଏହି ଘଟଣା ସମ୍ପର୍କରେ କେହି ଜାଣି ନପାରି ଥିବା ବେଳେ ଶନିବାର  ସକାଳେ ସ୍ଥାନୀୟ ଲୋକ ଘଟଣା ସମ୍ପର୍କରେ କୋକସରା ପୋଲିସକୁ ସୂଚନା ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଏକ ଦୁର୍ଘଟଣାଜନିତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।