ନୂଆ ଏନଏସି ଏବଂ ପୌରପାଳିକାରେ ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା

ନୂଆ ଏନଏସି ଏବଂ ପୌରପାଳିକାରେ ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ବିଭାଗର ଚିଠି । ମାର୍ଚ୍ଚ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ । ଫେବୃଆରୀ 12 ରୁ 21 ଯାଏଁ ପୌରାଞ୍ଚଳ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ବାବଦରେ ପ୍ରସ୍ତାବ ଏବଂ ଅଭିଯୋଗ ମଗାଯିବ । ଫେବୃଆରୀ 26 ରେ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ବାବଦରେ ପ୍ରକାଶ ପାଇବ ବିଜ୍ଞପ୍ତି । 26 ରୁ ମାର୍ଚ୍ଚ 13 ଯାଏଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ଅଭିଯୋଗ ଆବେଦନ । ମାର୍ଚ୍ଚ 16 ରୁ 28 ଅଭିଯୋଗ ଶୁଣାଣି ମାର୍ଚ୍ଚ 31 ରେ ଜିଲ୍ଲାପାଳଙ୍କ ପକ୍ଷରୁ ପ୍ରକାଶ ପାଇବ ଚୂଡାନ୍ତ ବିଜ୍ଞପ୍ତି । ନୂଆ 28 ଏନଏସି ଏବଂ 7 ପୌରପାଳିକା ଘୋଷଣା ହୋଇଥିବା 18 ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗର ଚିଠି । ଘୋଷଣାର 6 ମାସ ସୁଦ୍ଧା ନିର୍ବାଚନ ସାରିବାକୁ ସୀମା ପୁନଃନିରଦ୍ଧାରଣ ଏବଂ ସଂରକ୍ଷଣ କାମ ତୁରନ୍ତ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିଶନ ।