ବର୍ଷା ସତ୍ୱେ କାଳିଆ ଭାବରେ ବନ୍ଧା ଭକ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ପହଣ୍ଡିରେ ରୁଢାରୁଣ କରାଯାଇଛି । ଭାଇ ଭଉଣୀଙ୍କ ପହଣ୍ଡି ବିଜେ ପରେ ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି । ତେବେ ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ଆସିବାର ଦୃଶ୍ୟ ଭକ୍ତମାନଙ୍କୁ ବିମୋହିତ କରିଛି ।
ବଳଭଦ୍ରଙ୍କ ପରେ ପହଣ୍ଡିରେ ବାହାରିଥିଲେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ବାହାରିଥିଲେ । ଶେଷରେ ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାଆଡକୁ ଅଗ୍ରସର ହୋଇଛନ୍ତି । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।