ଆଜି ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ପ୍ରଭୁ ଜଗନ୍ନାଥଙ୍କ ଅନ୍ତିମ ସନ୍ଧ୍ୟା ଦର୍ଶନ

ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ । ଏଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଆଧାରରେ ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆଡପ ମଣ୍ଡପରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ । ପୁରୀରେ ବାହୁଡା ଯାତ୍ରା ସମୟରେ ଫେରିବା ପୂର୍ବରୁ, ଗୁରୁବାର ଭକ୍ତମାନେ ପ୍ରଭୁ ଜଗନ୍ନାଥ ଏବଂ ତାଙ୍କ ଭାଇଭଉଣୀମାନଙ୍କର ଅନ୍ତିମ ସନ୍ଧ୍ୟା ଦର୍ଶନ କରିପାରିବେ । ଆଡପ ମଣ୍ଡପରେ ଦେବତାମାନଙ୍କ ଦର୍ଶନ ପାଇଁ ସାଧାରଣ ପ୍ରବେଶ ସନ୍ଧ୍ୟା 6:00 ଟା ପର୍ଯ୍ୟନ୍ତ ଅନୁମତି ଦିଆଯିବ। ଏହି ସମୟସୀମା ପରେ, ପ୍ରଭୁ ଜଗନ୍ନାଥ ଏବଂ ତାଙ୍କ ଭାଇଭଉଣୀଙ୍କ ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ସିଂହଦ୍ୱାର ଦେଇ ସାଧାରଣ ଲୋକଙ୍କ ପାଇଁ ପ୍ରବେଶ ବନ୍ଦ ରହିବ।

Jagannath Rath Yatra 2025: 'Sandhya Darshan' ritual takes place at Gundicha  Temple in Puri

ଭକ୍ତଙ୍କ ଭିଡ ଓ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ କୁ ମଧ୍ୟ ସଂପ୍ରସାରଣ କରାଯାଇଛି । ସନ୍ଧ୍ୟା ଦର୍ଶନ ଦିନ ଟିକେଟ୍‌ଧାରୀ ଗର୍ଭଗୃହକୁ ପ୍ରବେଶ କରିପାରିବେ ନାହିଁ । ମାତ୍ର ସେବକ ପରିବାରର ମହିଳାମାନଙ୍କୁ ଏହି ସ୍ବତନ୍ତ୍ର ସୁବିଧା ପ୍ରଦାନ କରାଯିବ । ଦର୍ଶନ ବନ୍ଦ ହେଲେ ମଧ୍ୟ କେବଳ ଆନନ୍ଦବଜାରକୁ ଯିବାଆସିବା କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ବାର ଖୋଲା ରହିବ ଏବଂ ଆଡ଼ପ ଅବଢ଼ା ରାତି ୧୨ଟା ପର୍ଯ୍ୟନ୍ତ ଉପଲବ୍ଧ ହେବ । ଭକ୍ତମାନେ ନାକଚଣା ଦ୍ବାର ଦେଇ ଆନନ୍ଦବଜାରରୁ ଆଡ଼ପ ଅବଢ଼ା ଆଣିପାରିବେ। ସେପଟେ ଆସନ୍ତାକାଲି ବାହୁଡାଯାତ୍ରାର ସମସ୍ତ ନୀତିକାନ୍ତିକୁ ସଅଳ କରିବା ପାଇଁ ଆଜି ସଂଧ୍ୟା ୬ଟାରୁ ପରଠୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।