ଜିଲ୍ଲା ସ୍ତରୀୟ ପ୍ୟାରେଡ୍ ପରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ
ଫୁଲବାଣୀ ସ୍ଥିତ କନ୍ଧମାଳ ଜିଲ୍ଲାପାଳଙ୍କ ସମ୍ବିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ 80ତମ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଦିବସ ପାଳନ ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟକ୍ରମ ଓ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା ।ଚଳିତ ଥର କନ୍ଧମାଳ ଷ୍ଟାଡିଅମରେ ଜିଲ୍ଲା ସ୍ତରୀୟ ଜିଲ୍ଲା ସ୍ୱାଧୀନତା ପ୍ୟାରେଡ଼ ଆୟୋଜନ କରାଯିବ । ଜିଲ୍ଲା ସ୍ତରୀୟ ପ୍ୟାରେଡ୍ ପରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡ଼ିକ ପରିବେଷଣ କରାଯିବ, ସମ୍ମିଳିତ ପ୍ୟାରେଡ଼ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭଲ ପ୍ରଦର୍ଶନ କରିଥିବା ଦଳକୁ ମୁଖ୍ୟ ଅତିଥି ପୁରସ୍କାର ବଣ୍ଟନ କରିବେ ଏବଂ ତାପରେ ଫୁଲବାଣୀ ସହରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଯୋଗ ଦେବାର କାର୍ଯ୍ୟକ୍ରମ ସ୍ଥିର କରାଯାଇଥିଲା । ଏହି ପ୍ରସ୍ତୁତି ବୈଠକରେ କନ୍ଧମାଳ SP ରମେନ୍ଦ୍ର ପ୍ରସାଦ, ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାଏକ ଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ ଏବଂ ବିଭିନ୍ନ ସଂଗଠନର ପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ ।