କନ୍ଧମାଳ ଜିଲ୍ଲାରେ ଆଜିଠାରୁ ଏକମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ ଆରମ୍ଭ ହୋଇଛି । ଏହି ଅବସରରେ ଫୁଲବାଣୀ ସହରସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ‘ଆଶୀର୍ବାଦର ଦୀପ’ ପ୍ରଜ୍ୱଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିଥିଲେ । ଜିଲ୍ଲାର ବରିଷ୍ଠ ଅଧିକାରୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ବିଭିନ୍ନ ବର୍ଗର ଲୋକେ ଏଥିରେ ସାମିଲ ହୋଇଥିଲେ ।ଫୁଲବାଣୀ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଆୟୋଜିତ ହୋଇଥିଲା ‘ଆଶୀର୍ବାଦର ଦୀପ’ ପ୍ରଜ୍ୱଳନ କାର୍ଯ୍ୟକ୍ରମ । ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବେଦଭୂଷଣ, ଅତିରିକ୍ତ ଜିଲ୍ଲାପାଳ ଜଗବନ୍ଧୁ ଜନାର୍ଦ୍ଦନ ଦଳେଇ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) କୁଷଳ ଚନ୍ଦ୍ର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦି, ଉପଜିଲ୍ଲାପାଳ ଭିକାରୀ ସାହୁ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌମ୍ୟରଞ୍ଜନ ପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଉପସ୍ଥିତ ଥିଲେ ।‘ସେବା ସଂକଳ୍ପ ଅଭିଯାନ’ ଅବସରରେ ମନ୍ଦିର ପରିସରରେ ଚାରାରୋପଣ କରାଯାଇଥିଲା । ପରିବେଶ ସୁରକ୍ଷା ସହ ସେବା ଓ ସାମାଜିକ ଦାୟିତ୍ୱର ବାର୍ତ୍ତା ନେଇ ଏହି କାର୍ଯ୍ୟକ୍ରମ କରାଯାଇଥିଲା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୨୫ ବର୍ଷର ଜନସେବା, ସୁଶାସନ ଏବଂ ‘ବିକଶିତ ଭାରତ-୨୦୪୭’ ସଂକଳ୍ପକୁ ନେଇ ଏହି ଅଭିଯାନ ପାଳନ କରାଯାଉଥିବା କୁହାଯାଇଛି ।ଏହି ଅଭିଯାନ ମାଧ୍ୟମରେ କନ୍ଧମାଳ ଜିଲ୍ଲାର ସମସ୍ତ ପରିବାର, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ବିଭିନ୍ନ କଲ୍ୟାଣକାରୀ ଯୋଜନାର ହିତାଧିକାରୀଙ୍କୁ ନିଜ ନିଜ ଘରେ ‘ଆଶୀର୍ବାଦର ଦୀପ’ ପ୍ରଜ୍ୱଳନ କରିବାକୁ ଉତ୍ସାହିତ କରାଯାଇଛି ।ଆଜିଠାରୁ ଆରମ୍ଭ ହୋଇଥିବା ଏହି ସେବା ସଂକଳ୍ପ ପର୍ବ ଆସନ୍ତା ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ପାଳନ କରାଯିବ । ଏହା ମାଧ୍ୟମରେ ଜନସେବା, ସୁଶାସନ ଓ ବିକଶିତ ଭାରତର ସଂକଳ୍ପକୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରହିବ ।