ଆଦର୍ଶ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ପ୍ରତିଷ୍ଠା ଦିବସ ପାଳିତ

ଢେଙ୍କାନାଳ ସଦରବ୍ଲକ ମହିଷାପାଟ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ  ଜିଲ୍ଲା ସ୍ତରୀୟ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏଥିରେ ଜିଲ୍ଲାର ସମସ୍ତ ୮ଟି ଯାକ ବ୍ଲକରୁ ଶତାଧିକ ଛାତ୍ରଛାତ୍ରୀ ଯୋଗ ଦେବା ସହ ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ ଭାଗ ନେଇଥିଲେ । ନୃତ୍ୟ ଗୀତ କୁଇଜ୍ ଭଳି ବିଭିନ୍ନ ପ୍ରତିଯୋଗିତା ମାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ପରେଶ ଚନ୍ଦ୍ର ପାତ୍ର , ଟିପିସିଓଡିଲ୍ ର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀ ମାନଙ୍କୁ ସୁରକ୍ଷା ଦିଗରେ ବହୁ ସଚେତନ ବାର୍ତ୍ତା ଦିଆଯାଇଥିଲା । ଏଭଳି ସୁନ୍ଦର ଆୟୋଜନ ମାଧ୍ୟମରେ ଆମ ଦେଶର ଭବିଷ୍ୟତ ଗଢିପାରିବା ବୋଲି ଟିପିସିଓଡିଲ୍ ର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବେଣୁଧର ଦାସ କହିଛନ୍ତି । କାର୍ଯ୍ୟକ୍ରମ ପରିଶେଷରେ ଜୁନିୟର ଏବଂ ସିନିୟର୍ ବିଭାଗ ରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ।