ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ । ଆସନ୍ତା ୨୮ ତାରିଖରେ ଅମିତ ଶାହଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ହୋଇପାରେ । ଅମିତ ଶାହଙ୍କ ଏହି ଗସ୍ତ ସମୟରେ ଏକାଧିକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମ ରହିବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏହି ଗସ୍ତକୁ ନେଇ ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚା ଜୋର ଧରିଛି । ତେବେ ଗସ୍ତର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏଯାଏଁ ସ୍ପଷ୍ଟ ହୋଇନାହିଁ । ଅମିତ ଶାହଙ୍କ ଏହି ଗସ୍ତକୁ ନେଇ ରାଜନୈତିକ ମହଲରେ ଉତ୍ସୁକତା ବଢ଼ିଛି । ସରକାରୀ କାର୍ଯ୍ୟକ୍ରମ ସହ ରାଜ୍ୟ ବିଜେପିର ସାଂଗଠନିକ ସ୍ଥିତି ଓ ଦଳୀୟ ରଣନୀତି ଉପରେ ମଧ୍ୟ ଆଲୋଚନା ହୋଇପାରେ ।