ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ସାଧାରଣ ଲୋକଙ୍କୁ ସ୍ୱାବଲମ୍ବୀ କରିବା ନେଇ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଛି। ପଶୁ ପାଳନ ଓ ମତ୍ସ୍ୟ ସମ୍ପଦ ଉପରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରି ସରକାରଙ୍କ ଯୋଜନା ଭୁକ୍ତ ହୋଇ ଲାଭ ଉଠେଇବା ପାଇଁ କନ୍ଧମାଳ ଜିଲ୍ଲା ରେ ପ୍ରଥମେ କ. ନୂଆଗାଁ ବ୍ଲକ ରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ସମାଜସେବୀ ପଣ୍ଡିତ ବିଶିମାଝି, ବାଲିଗୁଡ଼ା ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ, ନୂଆଗାଁ ବ୍ଲକ ଅଧ୍ୟକ୍ଷା ଯୋଗ ଦେଇ ଉପସ୍ଥିତ ଚାଷୀ ମାନଙ୍କୁ ସୁନ୍ଦର ଉପଦେଶ ଦେଇଥିଲେ। ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ସରକାରଙ୍କ ବିଭିନ୍ନ ଯୋଜନା ତଥା ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା, ପ୍ରାଣୀ କଲ୍ୟାଣ ଯୋଜନା,ଜାତୀୟ ପ୍ରାଣିଧନ ମିଶନ ଉପରେ ଅବଗତ କରାଇଥିଲେ। ଏହି ମେଳାରେ ମିଶନ ଶକ୍ତି, ମିଲେଟ ମିଶନ, ଆଇସିଡ଼ିଏସ, ପ୍ରାଣୀ ବିଭାଗ ଏବଂ ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ ପ୍ରଦର୍ଶନୀ ହୋଇଥିଲା। ସଫଳ ଚାଷୀ ମାନଙ୍କୁ ପୁରସ୍କୃତ କରିବା ସହିତ ବିଭିନ୍ନ ଯୋଜନା ରେ ଅନ୍ତର୍ଭୁକ୍ତ ହୋଇଥିବା ଚାଷୀ ମାନଙ୍କୁ ଗୋ ହେଡ ଲେଟର ମଧ୍ୟ ପ୍ରଦାନ କରାଯାଇଥିଲା।