ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ ନେପାଳର ପ୍ରଧାନମନ୍ତ୍ରୀ

ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ ନେପାଳର ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣକ୍ରମେ ସେ ନଭେମ୍ବର ୨୨ ଓ ୨୩ ତାରିଖରେ ଭାରତ ଆସିବା ନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମାର୍ଚ୍ଚ ମାସରେ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବା ପରେ ଏହା ହେବ ତାଙ୍କର ପ୍ରଥମ ଭାରତ ଗସ୍ତ।
ଏହି ଗସ୍ତ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବାଲେନ୍ଦ୍ର ଶାହଙ୍କ ବ୍ୟାପକ ଆଲୋଚନା ହେବ। ଦୁଇ ଦେଶ ମଧ୍ୟରେ ଥିବା ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା ସହିତ ଆଞ୍ଚଳିକ ଓ ଅନ୍ତର୍ଜାତୀୟ ସ୍ତରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହେବ।
ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଏହି ଗସ୍ତ ଭାରତ ଓ ନେପାଳ ମଧ୍ୟରେ ନିୟମିତ ଉଚ୍ଚସ୍ତରୀୟ ଆଦାନପ୍ରଦାନର ପରମ୍ପରାକୁ ଆଗକୁ ବଢ଼ାଇବ। ଏହା ସହିତ ଭାରତର ‘ପଡ଼ୋଶୀ ପ୍ରଥମ’ ନୀତିରେ ନେପାଳ ସହ ସମ୍ପର୍କକୁ ଦିଆଯାଉଥିବା ଗୁରୁତ୍ୱକୁ ମଧ୍ୟ ପ୍ରତିଫଳିତ କରିବ। ଏହି ଗସ୍ତ ଦୁଇ ଦେଶର ସହଭାଗିତାକୁ ଆହୁରି ସୁଦୃଢ଼ କରିବା ସହ ପାରସ୍ପରିକ ଲାଭଦାୟକ ସହଯୋଗକୁ ଆଗେଇ ନେବାର ସୁଯୋଗ ପ୍ରଦାନ କରିବ।