(ମୃତ୍ୟୁଞ୍ଜୟ ଭୋଇ /ରିପୋଟରର୍ସ ଟୁଡ଼େ) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀ ହାଟଡ଼ିିହୀ ବ୍ଲକ ୩୭ ନଂ ଜୋନ୍ର ଷଡ଼ଙ୍ଗଠାରେ କଂଗ୍ରେସ ପକ୍ଷରୁ ଏକ ବିଶାଳ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ୮ ହଜାରରୁ ଊର୍ଦ୍ଧ୍ୱ କର୍ମୀଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି। କଂଗ୍ରେସର ବରିଷ୍ଠ ନେତା ତଥା ଶିଳ୍ପପତି ଅଲେଖ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ମିଳନୀରେ ବହୁ ସଂଖ୍ୟକ ଲୋକ ନିଜ ଦଳ ଛାଡ଼ି ଚଳିତ ନିର୍ବାଚନରେ କଂଗ୍ରେସକୁ ସମର୍ଥନ ଦେବେ ବୋଲି ସଂକଳ୍ପ ନେଇଥିଲେ। ଯାହାକି, ବିରୋଧୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିବା ମତ ପ୍ରକାଶ ପାଉଛି। ଏଥିରେ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ କର୍ମୀଙ୍କ ସମାଗମ ହୋଇଥିଲା।