(ଭୁବନେଶ୍ୱର /ରିପୋର୍ଟସଟୁଡେ): ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମେଡିକାଲ ପରିସରରେ ଝୁଲନ୍ତା ଅବସ୍ଥାରେ ଏହାକୁ ଉଦ୍ଧାର ହୋଇଛି ।
ମେଡିକାଲର ଡାଇରିଆ ୱାର୍ଡରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଦେଖିବାକୁ ମିଳିଥିଲା । ଏହାପରେ ସଙ୍ଗେସଙ୍ଗେ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ମେଡିକାଲରେ ପହଁଚିବା ପରେ ଝୁଲନ୍ତା ଅବସ୍ଥାରେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି । ତେବେ ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଛି । ତେବେ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ ।