‘ଫନି’ ପାଇଁ ଯାଜପୁର ଜିଲ୍ଲାରେ ପ୍ରସ୍ତୁତି

(ରିପୋର୍ଟସ ଟୁଡ଼େ)ଯାଜପୁର : ଫନିର ମୁକାବିଲା ପାଇଁ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜରୁରୀକାଳୀନ ବୈଠକ ଡକାଯାଇଛି। ଜିଲ୍ଲାପାଳ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସବୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ସମସ୍ତ ବ୍ଲକ ପାଇଁ ଜଣେ ଜଣେ ନୋଡାଲ ଅଫିସର ନିଯୁକ୍ତି ସହ ବାତ୍ୟା ଆଶ୍ରୟ ସ୍ଥଳୀଗୁଡ଼ିକରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି । ଚୁଡ଼ା, ବିସ୍କୁଟ ଆଦି ଶୁଖିଲା ଖାଦ୍ୟ ମହଜୁଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଫନିର ପ୍ରଭାବରେ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ତେଣୁ ରିଲିଫ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାନୀୟ ଜଳ ପାଇଁ ଟ୍ୟାଙ୍କର ମହଜୁଦ ରଖିବାକୁ ମଧ୍ୟ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ଲୋକମାନନଙ୍କୁ ସତର୍କ ଓ ସଚେତନ କରିବା ଲାଗି ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି ।