ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ରକ୍ତଦାନ ଶିବିର

(ଭଦ୍ରକ / ଶେଖ ଫାଇଜାନ କାଦରୀ ):ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୩ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ ଭଦ୍ରକ ଜିଲ୍ଲା ବିଜେଡି ପକ୍ଷରୁ ପୌରପାଳିକା ମଣ୍ଡପ ଠାରେ ରକ୍ତଦାନ ଶିବିର କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ଜଗନ୍ନାଥ ସ୍ବାଇଁଙ୍କ ନେତୃତ୍ବରେ ଆୟୋଜିତ ଏହି କାର୍ୟ୍ୟକ୍ରମକୁ ବରିଷ୍ଠ ନେତା ତଥା ବିଧାୟକ ପ୍ରଫୁଲ୍ଲ ସାମଲ ଓ ସାଂସଦ ମଞ୍ଜୁଲତା ମଣ୍ଡଳ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି।