ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ରବିବାର ଅପରାହ୍ନ ୪.୮ରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୧ ରେକର୍ଡ କରାଯାଇଛି । ଏହି ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ଫରିଦାବାଦ ଥିଲା। କମ୍ପନ ଏତେ ଶକ୍ତିଶାଳୀ ଥିଲା ଯେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଲେ। ଏନସିଆରର ଫରିଦାବାଦ, ଗାଜିଆବାଦ, ନୋଏଡା, ଗ୍ରେଟର ନୋଏଡା ଏବଂ ଗୁରୁଗ୍ରାମରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା।