ନୂଆଦିଲ୍ଲୀ: ନୂଆଦିଲ୍ଲୀ ସ୍ଥିତ ପ୍ରଧାନମନ୍ତ୍ରୀ ଆବାସ ଉପରେ ଡ୍ରୋନ ଉଡୁଥିବାର ଦେଖିବାକୁ ମିଳିଛି । ଖବର ପ୍ରସାରଣ ପରେ ଦିଲ୍ଲୀରେ ହଇଚଇ ସୃଷ୍ଟି ହୋଇଛି । ଏବେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ତୁରନ୍ତ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଡ୍ରୋନକୁ ସନ୍ଧାନ କରିବାରେ ଲାଗି ପଡିଛନ୍ତି ।
ଖବର ଅନୁଯାୟୀ, ଆଜି ଭୋର ପ୍ରାୟ ୫ଟା ସମୟରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଉପରେ ଏକ ଡ୍ରୋନ ଉଡ଼ୁଥିବା ଘଟଣା ସମ୍ପର୍କରେ SPG ଦିଲ୍ଲୀ ପୋଲିସକୁ ସୂଚନା ଦେଇଥିଲା। ଏହାପରେ ଦିଲ୍ଲୀର ବହୁ ବରିଷ୍ଠ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ଘରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ତେବେ ପିଏମ୍ ଆବାସ ଓ ଆଖାପାଖ ଅଞ୍ଚଳ ନୋ ଫ୍ଲାଇଂ ଜୋନ୍ ହୋଇଥିବା ବେଳେ କିପରି ଏକ ଡ୍ରୋନ ଉଡ଼ିଲା ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ଏ ପର୍ଯ୍ୟନ୍ତ କୌଣସି ଡ୍ରୋନକୁ ଠାବ କରାଯାଇପାରି ନାହିଁ । ଏହି ଡ୍ରୋନ୍ କାହାର ଓ କିପରି ପ୍ରଧାନମନ୍ତ୍ରୀଙ୍କ ଘର ଉପରକୁ ଆସିଲା ସେ ସଂପର୍କରେ ପୋଲିସ ଯାଞ୍ଚ କରୁଛି ।