ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି  ପଞ୍ଚାୟତ ସମିତି ଅନ୍ତର୍ଗତ ସମଲେଇଚୁଆଁ ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୩୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୦୨ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୪ ଗୋଟି ସାମୁହିକ ଦରଖାସ୍ତ  ଓ ୫ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ପାଇଁ ଆର୍ଥିକ ସହାୟତା ନିମନ୍ତେ  ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୭ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।

ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ସମଲେଇ ଛୁଆଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସମାଲେଇଚୁଆଁ ଗ୍ରାମର ଜଣେ ଭିନ୍ନକ୍ଷମ ବ୍ୟକ୍ତି ଶ୍ରୀ ବ୍ୟାସଦେବ ଖମାରୀଙ୍କୁ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼. ନୃପରାଜ ସାହୁ ଙ୍କ ଦ୍ଵାରା ଏକ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା। ରଦୋପରି  ସମଲେଇଛୁଆଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବେହେରମଲ୍ ଗ୍ରାମର ଦିଲୀପ ପଧାନ ଓ ପଣ୍ଡକିଟାଲ – ନାଇକେନପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୈରଗୀମୁଣ୍ଡା ଗ୍ରାମର ସୋହିନୀ ସାହୁଙ୍କୁ ଯଥାକ୍ରମେ ବାର୍ଦ୍ଧକ୍ୟ ଭତ୍ତା ଓ ବିଧବା ଭତ୍ତା ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।