ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଧିରେ ଧିରେ ଉତ୍ତରମୁହାଁ ହେବାର ସମ୍ଭାବନା ରହିଛି। । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦିଆଯାଇଛି । ଏହାକୁ ନଜରରେ ରଖି ସତର୍କ କରାଇଛନ୍ତି SRC । ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି । କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ମଧ୍ୟ SRC ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ମେ ୨୯ରୁ ଜୁନ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।