ଆସନ୍ତା ୨୧ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି

ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ୨୧ ଅକ୍ଟୋବର ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ଅନୁମାନ । ଆସନ୍ତା ୨୧ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପଟି ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ମୁହାଁଇପାରେ । ମୁଖ୍ୟତଃ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡକୁ ଗତି କରିବା ନେଇ କିଛି ପାଣିପାଗ ବିଭାଗ ଆକଳନ କରୁଛନ୍ତି । ତେବେ ଓଡ଼ିଶା ଉପରେ ଏହା ପ୍ରଭାବ ପକାଇବ ନାହିଁ ବୋଲି ପାଣିପାଗ ବିଭାଗ କହିଛି । ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ଶୁଖିଲା ରହିବ ।