ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର

ରାଜଧାନୀ ଉପକଣ୍ଠରେ ଅଭାବନୀୟ ଘଟଣା । ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର । ଛାତ୍ର ଜଣକ ସମ୍ବଲପୁରର ପ୍ରଦିପ ପାଢୀ ବୋଲି ଜଣାପଡିଛି । ଇମ୍ଫୋଭାଲି ଥାନା ଅଧିନ ମଦନପୁର ରାସ୍ତାରେ ଘଟିଛି ଘଟଣା । ଛାତ୍ର ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଛନ୍ତି ନାଁ କେହି ଦୁର୍ବୃତ୍ତ ତାଙ୍କୁ ଜାଳିଦେଇଛି। ଯାହାର ତଦନ୍ତ କରୁଛି ଇମ୍ଫୋଭାଲି ପୋଲିସ। ଅର୍ଦ୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।