ଭୁବନେଶ୍ୱର: ରାଜ୍ୟକୁ ଆସୁଛି ବର୍ଷା । ଆସନ୍ତା ୧୬ତାରିଖରେ ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ । ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂଳ ରହିଥିବା ଅନୁମାନ କରାଯାଉଛି । ପରିବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ । ପରେ ୧୯ ତାରିଖରେ ବଙ୍ଗେରପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ ଯାହା ଜୁଲାଇ ୨୧ତାରିଖରେ ଅବପତର ରୂପ ନେବ ବୋଲି କୁହାଯାଉଛି । ଜୁଲାଇ ୨୨ରେ ଗଭୀର ଅବପାତର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏହା ପ୍ରଭାବରେ ଜୁଲାଇ ୧୮ରୁ ୨୭ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଓଡ଼ିଶା, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶରେ ବର୍ଷିବା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସେପଟେ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫.୧ ମି.ମି ବର୍ଷା ରେକର୍ଡ କରାଯାଇଛି ।