ଢେଙ୍କାନାଳ : ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍ ବ୍ରିଜ ତଳକୁ ଖସିଲା ବସ୍ । ଘଟଣାସ୍ଥଳରେ ୨ ମହିଳାଙ୍କ ମୃତ୍ୟୁ ହୋଇଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ପଞ୍ଚୁବଟି ନିକଟରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହାପରେ ବସରେ ଥିବା ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। କେନ୍ଦ୍ରାପଡା ଜିଲ୍ଲା ଇଛାପୁର ଗାଁରୁ ୪୩ ଜଣ ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲା ଭ୍ରମଣ ପାଇଁ ଯାଇଥିଲେ। ରବିବାର ରାତିରେ ବସ୍ଟି ୫୫ନଂ ଜାତୀୟ ରାଜପଥ ସିମିନଈ ପଞ୍ଚୁବଟି ନିକଟରେ ଏକ ବ୍ରିଜ ଅତିକ୍ରମ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ବ୍ରିଜ ସାଇଟ ବାଡା ଭାଙ୍ଗି କେନାଲକୁ ଖସି ପଡ଼ିଥିଲା ବସ୍।