ଓଡ଼ିଶା ପକ୍ଷ ପାଳନ ତ୍ରୟଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ପାରଳାଖେମୁଣ୍ଡି ଦ୍ଵାରା ଆୟୋଜିତ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା, ପୌରପରିଷଦ ପାରଳାଖେମୁଣ୍ଡି , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ମାୟାଧାର ସାହୁ,ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ, କାର୍ଯ୍ୟନିର୍ବାହୀ ଅଧିକାରୀ ପୌର ପରିଷଦ ପାରଳାଖେମୁଣ୍ଡି ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ।
ଏହି କାର୍ଯ୍ୟକ୍ରମ ଓଡ଼ିଶା ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନ ଦ୍ଵାରା ଆୟୋଜିତ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସେହି ପରି ସ୍ଥାନୀୟ ମହିଳା ମାନଙ୍କୁ ନେଇ ଝୁଟୀ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତାରେ ବିଚାରକ ଭାବରେ ଜିଲ୍ଲା ଖାଦ୍ୟ ନିରୀକ୍ଷକ ଶ୍ରୀମତୀ ତପସ୍ଵିନୀ ବେହେରା ଓ ସ୍ଥାନୀୟ ମହାବିଦ୍ୟାଳୟର ଗୃହ ବିଜ୍ଞାନ ଅଧ୍ୟାପିକା ଯୋଗଦାନ କରିଥିଲେ। ଏହି ଜିଲ୍ଲାର ୨୫ରୁ ଉର୍ଦ୍ଧ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ମାନେ ନିଜ ନିଜ ଘରେ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରି ଆଣି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିରେ କୃତି ପ୍ରତିଯୋଗୀଙ୍କୁ ଆସନ୍ତା କାଲି ଓଡ଼ିଆ ନବ ବର୍ଷ ପାଳନ ଅବସରରେ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯିବ ।