ଭୂବନେଶ୍ଵର: ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର । ଭୁବନେଶ୍ବର ଏମ୍ସ ICUରୁ ବାହାରିଲେ ଅଭିଜିତ ମଜୁମଦାର । ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ICUରୁ ମେଡିସିନ୍ ୱାର୍ଡ ଗଲେ ଅଭିଜିତ୍ ।

ସୂଚନାଯୋଗ୍ୟ, ଲିଭର ଜନିତ ରୋଗରେ ଗତ କିଛି ମାସ ହେବ ପୀଡ଼ିତ ଅଛନ୍ତି ଅଭିଜିତ ମଜୁମଦାର । ଅଭିଜିତଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଗତ ୩୧ ତାରିଖ ଦିନ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କ ସ୍ବାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଦେଖାନଯିବାରୁ ତାଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଏମ୍ସରେ ଆଡମିଟ୍ ହେଉ ହେଉ ଦାଦାଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସଙ୍କଟାପନ୍ନ ବୋଲି ଏମ୍ସ କର୍ତ୍ତୃପକ୍ଷ ସୂଚନା ଦେଇଥିଲେ । ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ଜୀବନ ସହ ସଂଗ୍ରାମ ଜାରି ରଖିଥିଲେ ଅଭିଜିତ୍ । ଏବେ କିନ୍ତୁ ତାଙ୍କ ସ୍ଵାସ୍ଥ୍ୟରେ ସୁଧାର ଆସିବାରୁ ICUରୁ ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି ।