ଗୋପ(ଜୟନ୍ତ କୁମାର ସେଠୀ): ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ମଙ୍ଗଳପୁରରେ ଘଟିଯାଇଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୃଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ତେବେ ଗୁରୁତର ଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଖବର ପାଇ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ପିପିଲି ପୋଲିସ ।