ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ

ପୁରୀ : ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ | ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଚନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ଶ୍ରୀମନ୍ଦିରରୁ ଡ୍ୟୁଟି ସାରି ପଶ୍ଚିମଦ୍ବାର ଦେଇ ବାହାରି ଘରକୁ ଫେରୁଥିବା ସମୟରେ ପରିକ୍ରମା ପ୍ରକଳ୍ପ ଭିତରେ ଶ୍ରୀ ପଢ଼ିଆରୀଙ୍କୁ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ଖବର ପାଇ ଜିଲ୍ଲାପାଳ ସିଦ୍ଧାର୍ଥ ସ୍ବାଇଁ ଡାକ୍ତରଖାନାରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିଥିଲେ।