ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଗାଇନିଂ ୱାର୍ଡ ଆଟେଣ୍ଡାଣ୍ଟଙ୍କୁ ସସପେଣ୍ଡ କଲେ ହସ୍ପିଟାଲ ନିର୍ଦ୍ଦଶକ । କାର୍ଯ୍ୟରେ ଅବହେଳା ପାଇଁ ସସପେଣ୍ଡ କରାଯାଇଥିବା କୁହାଯାଉଛି । ଅନ୍ୟ କେହି ଦୋଷୀ ବାହାରିଲେ ତାଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଜିବ ବୋଲି କହିଛନ୍ତି କ୍ୟାନିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ ।ଏବେବି ତଦନ୍ତ ଜାରି ରହିଥିବା କହିଛନ୍ତି ହସ୍ପିଟାଲ ନିର୍ଦ୍ଦେଶକ । ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ବାଳଙ୍କର ଝିଅ ହୋଇଥିବା ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ। ହେଲେ ଅଭିଯୋଗକାରୀ ଏହାକୁ ଗ୍ରହଣ କରି ନଥିବାରୁ ମାମଲା ପୋଲିସକୁ ଦିଆଯାଇଛି । କ୍ୟାପିଟାଲ ଥାନା ପୋଲିସ ମଧ୍ୟ ଘଟଣାର ତଦନ୍ତ କରୁଛି। ଅନ୍ୟପଟେ ଅଭିଯୋଗକାରୀ ଊଘଇ ଟେଷ୍ଟ ପାଇଁ ଦାବି କରିଛନ୍ତି । ଅଭିଯୋଗ ଅନୁଯାୟୀ ପ୍ରାଣକୃଷ୍ଣ ବିଶ୍ଵାଳଙ୍କ ସ୍ତ୍ରୀଙ୍କୁ କ୍ୟାପିଟାଲ ହସ୍ପିଟାଲ୍ ରେ ଭର୍ତ୍ତି କରାଯାଇଥିଲା । ସନ୍ତାନ ପ୍ରସବ ପରେ ଶିଶୁପୁତ୍ର ହୋଇଥିବା କହିଥିଲେ ନର୍ସ । କିନ୍ତୁ ପରେ ତାଙ୍କୁ କନ୍ୟା ସନ୍ତାନ ହସ୍ତାନ୍ତର କରାଯାଇଥିଲା ।