ମଇ ଓ ଜୁନ ଦୁଇ ମାସ ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ

ଭୁବନେଶ୍ୱର: କୋଭିଡ଼ର ଦ୍ବିତୀୟ ଲହର ଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମଇ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମଇ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ । ଏହା ଦ୍ବାରା ବାର ଲକ୍ଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।