ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି

0

ପୁରୀ /ସଞ୍ଜୟ ମହାପାତ୍ର: ଆଉ ଗୋଟିଏ ଦିନ ପରେ ମହାପ୍ରଭୁ ନବଦିନ ଯାତ୍ରା ସାରି ରତ୍ନସିଂହାସନକୁ ବାହୁଡ଼ିବେ । ଆଜି ସକାଳେ ତିନି ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତି ବଢିବା ପରେ ଅନ୍ୟାନ୍ୟ ନୀତି ଚାଲୁରହିଛି । ତିନି ରଥରେ ଠାକୁର ମାନଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କ ମଧ୍ୟ ସକାଳୁ ସକାଳୁ ଦେଖିବାକୁ ମିଳିଛି | ଅନ୍ୟପଟେ ଆଜି ସନ୍ଧ୍ୟାରେ ତିନି ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ପରମ୍ପରା ଅନୁଯାୟୀ ଅନୁଷ୍ଠିତ ହେବ । ତିନିରଥକୁ ସ୍ୱତନ୍ତ୍ର ଉପଚାରରେ ପୂଜା କରାଯାଇ ପ୍ରସ୍ତୁତ କରାଯାଇଥିବା ସମୟରେ ରଥରେ  ବହୁ ଦେବା ଦେବୀ  ବିରାଜମାନ କରିଥାନ୍ତି । ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା  ସମ୍ପର୍ଣ  ପରେ  ସମସ୍ତ ପାର୍ଶ୍ୱ ଦେବଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡା ମାନଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ  ରଥଉପରେ ଭଙ୍ଗା ଯିବାର ବିଧି ରହିଛି  | ସ୍ୱତନ୍ତ୍ର ଭାବେ ଏହି ପଣାକୁ ଶ୍ରୀବିଗ୍ରହ ମାନଙ୍କର ଅଧର ପର୍ଯ୍ୟନ୍ତ ନିର୍ମିତ ତିନି ତିନଟି ତୁମ୍ଭାକାର   ହାଣ୍ଡିରେ  ପ୍ରସ୍ତୁତ କରାଯାଇଥାଏ  ।    ଅନ୍ୟପଟେ ଗତକାଲି ସୁନାବେଶ ଦର୍ଶନ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି । ଗତକାଲି ସନ୍ଧ୍ୟା 6 ଟାରୁ ରାତି 1 ଟା ପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଭକ୍ତ ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିଥିଲେ । ରାତି 1 ଟା ରେ ସୁନାବେଶ ଓଲାଗି କରାଯିବା ପରେ ରାତ୍ର ପହୁଡ଼  କରାଯାଇଥିଲା । ଶ୍ରୀପଞ୍ଚମୀ ଦିନଠାରୁ ତିନିରଥର ଯଜ୍ଞ ଉଶ୍ଚବ ଅନୁଷ୍ଠିତ ହୋଇ ରଥ ନିର୍ମାଣ ପାଇଁ ପ୍ରସ୍ତୁତି ସହ ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣର ଶୁଭାରମ୍ଭ ହୋଇଥିଲା । ତିନିରଥରେ ନିର୍ମାଣ ପରେ ସ୍ୱତନ୍ତ୍ର ଭାବେ   ପାର୍ଶ୍ୱଦେବାଦେବୀ ମାନେ ବିଜେ କରି ନବଦିନ ଯାତ୍ରାରେ ମହାପ୍ରଭୁଙ୍କ ସହ ଯାଇଥିଲେ । ବିଶ୍ୱାସ ରହିଛି ଯଜ୍ଞ ପୂଜା ଦ୍ୱାରା ରଥଯାତ୍ରା ସମୟରେ ଶ୍ରୀଜିଉମାନଙ୍କ ସହିତ ବହୁ ଦେବାଦେବୀ ,ଚଣ୍ଡୀ,ଚାମୁଣ୍ଡା ମଧ୍ୟ ଯାତ୍ରା କରିଥାନ୍ତି । ତେବେ ସେମାନଙ୍କ ସନ୍ତୁଷ୍ଟି ପାଇଁ ସ୍ୱତନ୍ତ୍ର ଭାବେ ବଡଓଡ଼ିଆ  ମଠ, ରାଘବଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ  ପକ୍ଷରୁ ପ୍ରଦତ୍ତ ଛେନା ,ଛାଚି , କ୍ଷୀର ,ସର,ଗୋଲମରିଚ ,କର୍ପୁର ,ଜାଇଫଳ,କଦଳୀ ଆଦିକୁ ମିଶ୍ରଣ କରାଯାଇ ପଣା ପ୍ରସ୍ତୁତ କରାଯିବା ସହ ଏହାକୁ ରଥ ଉପରେ ଭଙ୍ଗାଯିବ। ତୁମ୍ଭକାର ଆକାର ରେ ନିର୍ମିତ ମାଟିହାଣ୍ଡି ରେ ଏହି ଦୁର୍ଲଭ ପଣା ପ୍ରସ୍ତୁତ କରାଯିବ  । ସିଂହଦ୍ୱାର ସମ୍ମୁଖ ଛାଉଣୀମଠର କୂଅରୁ ପାଣିଆ ଆପଟ ସେବକ ମାନେ ପଣା ପାଇଁ ପାଣି ଯୋଗାଇବେ  । ପରେ ପତ୍ରିବଡୁ  ,ସୁଆର ବଡ଼ୁ,ଗରାବଡୁ ସେବକ ତିନିରଥରେ ପଣା ପ୍ରସ୍ତୁତ କରିବା ସହ ପୂଜାପଣ୍ଡା ମାନେ ପଞ୍ଚ ଉପଚାର ରେ ପୂଜା କରି ରଥ ଉପରେ ଅଧର ହାଣ୍ଡିକୁ  ଭାଙ୍ଗିଵା ପରେ  ପାର୍ଶ ଦେବା ଦେବୀ, ଚଣ୍ଡୀ ଚା ମଣ୍ଡା, ଓ ଅଶରିରି ମାନେ ଏହି ପଣାକୁ ପାଇଁ ଆତ୍ମ ତୃପ୍ତି ଲାଭ କରିବେ   । ମଧ୍ୟାହ୍ନ ଧୂପ ପରେ ଅଧର ପଣା ନୀତି ଅନୁଷ୍ଠିତ ହେବ ବୋଲି ଜଣାପଡିଛି ।