ମାଲକାନଗିରି- ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା କୃଷି ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲ୍ଲା କୃଷିି ଅଧିକାରୀ ଏମ୍.ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ରେଡ କରିଛି । ମାଲକାନଗିରିସ୍ଥିତ ଅଫିସ ସମେତ ସରକାରୀ ବାସଭବନରେ ଚଢାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଘରୁ କିଛି ନଗଦ ଟଙ୍କା ସହ ସୁନା ଗହଣା ଠାବହୋଇଥିବା ସୂଚନା ମିଳିଛି । ଏବେବି ଜାରି ରହିଛି ଚଢାଉ । ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସବିଶେଷ ତଥ୍ୟ ହାସଲ ହୋଇନାହିଁ ।