ଭୁବନେଶ୍ୱର-: ଜୁଲାଇ ୧୫ ସୁଦ୍ଧା ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସମସ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୋଷାକ । ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ୨ ହଳ ପୋଷାକ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରଙ୍କୁ ପୂର୍ବ ନିର୍ଦ୍ଧାରିତ ରଙ୍ଗର ପ୍ୟାଣ୍ଟ ଓ ଧଳା ସାର୍ଟ ଦିଆଯିବ । ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଦୁଇ ହଳ ଫ୍ରକ୍ ଓ ଷଷ୍ଠରୁ ଅଷ୍ଟମ ଛାତ୍ରୀଙ୍କୁ ଦୁଇ ହଳ ସାଲୱାର କମିଜ ଓ ଓଢଣୀ ଦିଆଯିବ । ପୋଷାକର ରଙ୍ଗ ଓ ଗୁଣବତ୍ତା ଉପରେ ଧ୍ୟାନ ଦିଆଯିବ । ପିଏମ ଶ୍ରୀ, ସମଗ୍ର ଶିକ୍ଷା, ଗଙ୍ଗାଧର ମେହେର ଶିକ୍ଷା ମାନଙ୍କ ବୃଦ୍ଧି ଯୋଜନାରେ ବଣ୍ଟନ କରାଯିବ ।