‘ମିଗଜୋମ’ ପାଇଁ ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି

ଗଜପତି: ବାତ୍ୟ ‘ମିଗଜୋମ’ ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ତେଣୁ ଗଜପତି ଜିଲ୍ଲାରେ ଆସନ୍ତା କାଲି ସବୁ ସ୍କୁଲ ଛୁଟି । ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ହାଇସ୍କୁଲ, ଅଙ୍ଗନବାଡି କେନ୍ଦ୍ର ଛୁଟି ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ମିଗଜୋମ ପ୍ରଭାବରେ ଗଜପତି ଜିଲ୍ଲା ମୋହନା ରେ ଝିପି ଝିପି ବର୍ଷା ଲାଗି ରହିଛି । ଗତ ରାତିଠାରୁ ବର୍ଷା ଲାଗି ରହିଥିବା ବେଳେ ଜନ ଜୀବନ ପ୍ରଭାବିତ ହୋଇଛି । ପାଣିପାଗ ବିଭାଗ ପକ୍ଷରୁ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ତେଣୁ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେପଟେ ଓଡିଶା ଉପରେ ସେଭଳି କୌଣସି ବାତ୍ୟାର ପ୍ରଭାବ ନାହିଁ ବୋଲି ଆଇଏମଡି ସ୍ପଷ୍ଟ କରିଛି । ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ଚେତାବନୀ ଦିଆଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମରେ ବର୍ଷା ହେବ ବୋଲି ସୂଚନା ରହିଛି । ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।