ଜଗତସିଂହପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ସୋମବାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲଘୁଚାପ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। IMDର ଜଗତ ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରିଛି । ଏହାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି ନେଇଛି । ଏନେଇ ଜଗତସିଂହପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି।
ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ୨୭ ଜୁଲାଇ ୨୦୨୬ ସୋମବାର ଦିନ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ, OAV ଓ KV ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଏହି ନିଷ୍ପତ୍ତି ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍ତରର ସମସ୍ତ ବିଦ୍ୟାଳୟ ପାଇଁ ପ୍ରଯୁଜ୍ୟ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ଜିଲ୍ଲାପାଳ ଏହି ଆଦେଶ ଜାରି କରିଛନ୍ତି।