ଭୁବନେଶ୍ଵର: ଝାରପଡ଼ା ଜେଲ୍ରୁ ବାହାରିଲେ ଅମରେଶ ଜେନା । ହାଇକୋର୍ଟରୁ ଜାମିନ ମିଳିବା ପରେ ଜେଲ୍ରୁ ବାହାରିଲେ । ଦୁଷ୍କର୍ମ ମାମଲାରେ ଗିରଫ ହୋଇ ଜେଲ୍ ଯାଇଥିଲେ ଅମରେଶ ଜେନା । ସମର୍ଥକ ମାନେ ପାଛୋଟି ନେବା ବେଳେ ରଖିଲେ ପ୍ରତିକ୍ରିୟା । ସାମାଜିକ ଓ ରାଜନୈତିକ ହତ୍ୟା ପାଇଁ ଷଡ଼ଯନ୍ତ୍ର ହୋଇଥିଲା । ନ୍ୟାୟଳୟ ଉପରେ ମୋର ପୂରା ଭରସା ଅଛି, ନ୍ୟାୟ ପାଇବି ।
ସୂଚନା ଅନୁସାରେ, କର୍ପୋରେଟର୍ ଅମରେଶ ଜେନା ଓରଫ ବାୟାଁଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେବାର ସଙ୍ଗୀନ ଅଭିଯୋଗ ଆଣିଥିଲେ । ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭନଷ୍ଟ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ । ଏନେଇ ଲକ୍ଷ୍ମୀସାଗର ଥାନା ପୋଲିସ କେସ୍ ନଂ-୩୯୪ରେ ବିଏନ୍ଏସ୍ ଦଫା ୬୪(୨) (ଏମ), ୮୯, ୨୯୬, ୩୫୧(୨) ଓ ପୋକ୍ସୋ ଆକ୍ଟ-୨୦୧୨ର ଧାରାର ୬ରେ ମାମଲା ରୁଜୁ କରିଥିଲା । ପୋଲିସ ମାମଲା ରୁଜୁ ପରେ ଯୁବତୀଙ୍କ ଡାକ୍ତରୀ ମାଇନା କରାଇବା ସହ ବିଏନ୍ଏସ୍ଏସ୍ ଦଫା-୧୮୩ରେ ଯୁବତୀଙ୍କ ବୟାନ ରେକର୍ଡ କରିଥିଲା ।