ଆସନ୍ତାକାଲିଠୁ ଓଡିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତାକାଲିଠୁ ଓଡିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ଶୁକ୍ରବାର ରାତି ୧୦ରେ ଭୁବନେଶ୍ୱରରେ ପହଞ୍ଚି ହୋଟେଲ ମେ ଫେୟାରରେ ରାତ୍ରିଯାପନ କରିବେ ଶାହା | ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ରହିଛି ।

ସୂଚନା ଅନୁସାରେ, ଶନିବାର ଦିନ ୧୧ ଟା ରୁ ୧୨ ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ। ୧୨ ରୁ ସାଢ଼େ ୧୨: ୩୦ ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକ ରହିଛି । ୧୨:୩୦ ରୁ ଦଳୀୟ ବୈଠକ ପରେ ୦୧: ୨୦ ମିନିଟରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବେ ଅମିତ ଶାହ। ଅପରାହ୍ନ ୨ ଟା ରୁ ୫ ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧ ଦ୍ୱାର ବୈଠକ ହେବ । ସାନ୍ଧ୍ୟ ୬ ଟା ରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନବନ୍ଦର ଲାଉଞ୍ଜରେ ବି ବୈଠକ ରହିଛି।