ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ପୁଣି ଏକ ଲଘୁଚାପ । କେନ୍ଦ୍ରୀୟ-ପୂର୍ବ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ୨୯ ଓ ୩୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ତେବେ ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ଯୋଗୁଁ ୩୦ତାରିଖରୁ ବର୍ଷାର ପ୍ରଭାବ ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏଥିପାଇଁ ଆସନ୍ତା ସେପ୍ଟେମ୍ୱର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।