ଦାନା ବାନ୍ଧୁଛି ଲଘୁଚାପ , ୧୬ରୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର : ବଙ୍ଗେପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ୧୬ତାରିଖରୁ ପୁଣି ଭିଜିବ ଓଡ଼ିଶା । ୧୩ ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣୀବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଲଗୁଚାପ ରୂପ । ଏହାରି ପ୍ରଭାବରେ ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷିବ । ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ

ଉପକୂଳ ଓଡିଶାରେ ବି ହାଲୁକା ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ହାଲୁକା ବର୍ଷା ସମ୍ଭାବନା ରହିଛି।