ଜାରି ରହିଛି ବାତ୍ୟା ମୋନ୍ଥା ର ପ୍ରଭାବ । ସମୟ ଯେତିକି ଗଡୁଛି, ବିପଦ ସେତିକି ଘନଉଛି । ବିଭିନ୍ନ ସ୍ଥାନରେ ବର୍ଷାଜନିତ କ୍ଷୟକ୍ଷତି ଦେଖୁବାକୁ ମିଳିଛି । ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାଣ୍ଡିଂ ଜାରି କରିଛି ଆଇଏମ୍ଡି । ଏହା ସହ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାକୁ ଅରେଞ୍ଜ ୱାଣ୍ଡିଂ ଜାରି କରାଯାଇଛି । ସେହିପରି ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାକୁ ବିପଦ ରହିଛି । ଏହି ସମୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି ଜିଲ୍ଲାକୁ ଅରେଞ୍ଜ ୱାଣ୍ଡିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ସହିପରି ପବନ ପାଇଁ ଆଜି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡିକୁ ରେଡ୍ ୱାଣ୍ଡିଂ ଜାରି କରାଯାଇଛି । ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତିରେ ପ୍ରବଳ ପବନ ବହିପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।