ଗୃହରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି । ସମର୍ଥନ କଲେ ବିରୋଧୀ | ଆସନ୍ତାକାଲି ୧୦.୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ବଜେଟ ଅଧିବେଶନର ପ୍ରଥମ ଦିନରେ ଗୃହରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ସଦସ୍ୟ ନବକିଶୋର ଦାସ, ଗଙ୍ଗାଧର ଦାସ ଓ ଅର୍ଜୁନ ଚରଣ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ କରିବା ସହ ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ୧ ମିନିଟର ନୀରବ ପ୍ରାର୍ଥନା କରିଥିଲେ । ଆସନ୍ତାକାଲି ୧୦.୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ।

ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଥିଲା। ଏହାପୂର୍ବରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା। ବିଧାନସଭାରେ ସର୍ବପ୍ରଥମେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ଅଭିଭାଷଣ ରଖିଥିଲେ।