ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ : ୨୦ ମୃତ , ୪୦ ଆହତ

ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।

(ଦିଲ୍ଲୀ) : ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟସ୍ଥ ଏକ କମର୍ସିଆଲ ବିଲଡିଂରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୨୦ ଜଣଙ୍କର ମୃତ୍ୟୁ ଘଟିଛି।

ଫଳରେ ୪୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ତେଣୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ୪୦ ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ବ୍ୟକ୍ତ କରିଛନ୍ତି।

ସୂଚନାନୁଯାୟୀ , ୩ ମହଲା ବିଶିଷ୍ଟି ଏହି ବିଲଡିଂରେ ଅଫିସ୍‌ ଏବଂ କମ୍ପାନୀ ପାଇଁ ବ୍ୟବହାର ହୋଇଥାଏ। ଦିଲ୍ଲୀର ଡେପୁଟି କମିଶନର ଏହି ସୂଚନା ଦେଇଛନ୍ତି। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ଉଦ୍ଧାର ପାଇଁ ଉଭୟ ପୁଲିସ ଏବଂ ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। ନିଆଁ ଲିଭାଇବା କାର୍ଯ୍ୟ ଜାରି ରହିଛି। ଏଥିପାଇଁ ୨୪ଟି ଦମକଳ ବାହିନୀଙ୍କୁ ମୁତୟନ କରାଯାଇଛି।