ବାପା ହେଲେ ଓଲିଉଡ଼ ” ଲଭ ମାଷ୍ଟର “

(ଭୁବନେଶ୍ୱର ) : ଓଲିଉଡ ଷ୍ଟାର୍ ସନ୍ ବାବୁସାନ ମହାନ୍ତି ସବୁବେଳେ ନିଜର ନିଆରା ଅନ୍ଦାଜ ପାଇଁ ଚର୍ଚ୍ଚାରେ ରହିଥାନ୍ତି । କିନ୍ତୁ ଗତକାଲି ସେ ବାପା ହୋଇଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ପୁତ୍ର ସନ୍ତାନ ଜନ୍ମ ହୋଇଛି । ଏନେଇ ସୋସିଆଲ୍ ମିଡିଆରେ ପୁଅର ଭିଡିଓ ଭାଇରାଲ୍ ହୋଇଥିଲା । ଏହାପରେ ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରୁ ଶୁଭେଚ୍ଛାର ସୁଅ ଛୁଟିଆସୁଛି । ଉଭୟେ ମା’ ଏବଂ ପୁଅ ସୁସ୍ଥ ଅଛନ୍ତି । ଦୁଇଦିନ ତଳେ ବାବୁସାନଙ୍କ ପତ୍ନୀ ତୃପ୍ତି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲା ବେଳେ ଆସନ୍ତା ୨ଦିନ ମଧ୍ୟରେ ଡିସ୍‌ଚାର୍ଜ ହେବେ ।
ବାବୁସାନ ଗତ ୨୦୧୪ ମସିହାରେ ବାନ୍ଧବୀ ତୃପ୍ତି ଶତପଥୀଙ୍କୁ ବିବାହ କରିଥିଲେ ।