ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ଲାଗି ରହିଛି । ଆସନ୍ତା ୧୦ ତାରିଖ ପର୍ୟ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସମ୍ବଲପୁରୁ. ଅନୁଗୁଳ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଗତକାଲି କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସମ୍ବଲପୁରୁ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇଥିଲା ।ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ କରିବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଆଗକୁ ଆସୁଛି ଆଉ ୨ଟି ଲଘୁଚାପ । ୯ ଓ ୧୩ ତାରିଖରେ ଦୁଇଟି ଲଘୁଚାପ ସୂଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଥମ ଲଘୁଚାପ ପ୍ରଭାବରେ ୮ରୁ୧୦ ତାରିଖ ପର୍ୟ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ଲାଗି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବୌଦ୍ଧ, ନୟାଗଡ, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ଖୋର୍ଦ୍ଧା ପୁରୀ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।