ବାହାନଗା ଟ୍ରେନ ଦୁର୍ଘଟଣା: ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବତ

ବାଲେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବତ କରାଯାଇଛି । ଦାୟିତ୍ୱରେ ଅବହେଳା କାରଣରୁ କାର୍ଯ୍ୟନୁଷ୍ଠାନ ନିଆଯାଇଛି । ଏ ନେଇ ନେଇ ଜିଏମ ଅନିଲ କୁମାର ମିଶ୍ର ସୂଚନା ଦେଇଛନ୍ତି । ବାହାନଗର ଟ୍ରେନ ଦୁର୍ଘଟଣା ପରେ ଦକ୍ଷିଣ ପୂର୍ବ ରେଳ ସୁରକ୍ଷା କମିସନର ରେଳବାଇ ବୋର୍ଡକୁ ଯେଉଁ ରିପୋର୍ଟ ଦେଇଥିଲେ ସେଥିରେ ମାନବୀୟ ତ୍ରୁଟି ବିଶେଷ କରି ସିଗନାଲ୍, ବୈଷୟିକ ତ୍ରୁଟି ଓ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରାଯାଇଥିଲା । ସିଗ୍ନାଲିଂ ସର୍କିଟ ବଦଳାଯିବା ବେଳେ ବୈଷୟିକ ତ୍ରୁଟି ଯୋଗୁଁ ଇଣ୍ଟର୍ଲକିଂ ସିଷ୍ଟମ ପ୍ରଭାବିତ ହୋଇଥିଲା ଓ ଏହି କାରଣରୁ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ସିଆର୍ଏସ୍ ରିପୋର୍ଟ ଦେଇଥିଲେ । ସେହି ରିପୋର୍ଟକୁ ଆଧାର କରି ଉକ୍ତ ଗିରଫଦାରୀ ହୋଇଥିବା କୁହାଯାଉଛି। ତେବେ ଦୁର୍ଘଟଣା ପଛରେ କୌଣସି ଅନ୍ତର୍ଘାତୀ ବା ଷଡଯନ୍ତ୍ର ଥିବା ବାବଦରେ ଏ ଯାଏ କିଛି ସ୍ପଷ୍ଟ ହୋଇନାହିଁ ।