(ଆଠଗଡ଼ / ବିରୁପାକ୍ଷ ପ୍ରଧାନ ): ଆଜି ପହିଲି ପଞ୍ଚୁକ।ମହା କାର୍ତ୍ତିକ ମାସର ଶେଷ ପର୍ବ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗି ଗଜଭୋଗ ଓ ତରଣ ଲାଗି ହୋଇଛି ।ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତଉଦ୍ ଯାପନ କରିବେ। ସେଥିପାଇଁ ଆଜି ରାତି ଦୁଇଟା ବେଳେ ଦ୍ଵାର ଫିଟା ଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଛି।ପଞ୍ଚୁକ ପାଞ୍ଚ ଦିନ ରେ ମହାପ୍ରଭୁ ଧବଳେଶ୍ୱର ଙ୍କ ବଡ଼ସିଂହାର ବେଶ ହେବାକୁ ଥିବା ବେଳେ ପୂର୍ଣ୍ଣିମା ଦିନ ଯୋଗୀ ବେଶ ରେ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।