ଆଜିଠୁ ଅନିର୍ଦ୍ଦିଷ୍ଠ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର: ଆଜିଠୁ ଅନିର୍ଦ୍ଦିଷ୍ଠ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ । ଉାଠାଦେକାନୀ ଉଚ୍ଛେଦ ଦାବିରେ ଧାରଣାରେ ବସିବେ ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ । ମାର୍କେଟ ବିଲଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର ସମାଧାନ ନ ଥିବାରୁ ସଂଘର ୧୬୫ ବ୍ୟବସାୟୀ ମାର୍କେଟ ସମେତ ମେୟର୍ ଓ କମିଶନରଙ୍କ ଘର ଆଗରେ ଧାରଣା ଦେବେ । ମସସ୍ୟା ସମାଧାନ ଲାଗି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ ପକ୍ଷରୁ ବିଏମସିକୁ ତିନି ଦିନ ସମୟ ଦିଆଯାଇଥିଲା। ପ୍ରତିଶ୍ରୁତି ମୁତାବକ, ଉଠାଦୋକାନୀମାନଙ୍କୁ ବିଏମସି ଉଠାଇପାରିନଥିବାରୁ ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ ରଖିଛି ବ୍ୟବସାୟୀ ସଂଘ । ମସସ୍ୟାର ସମାଧାନ ନହେବା ପର୍ୟ୍ୟନ୍ତ ମାର୍କେଟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।