ଆରମ୍ଭ ହେଲା ଭୁବନେଶ୍ୱରରୁ ରାଉରକେଲା ବିମାନ ଚଳାଚଳ

ଓଡିଶା : ଆଜିଠାରୁ ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିବ ବିମାନ । ସକାଳ ୧୦ଟା ୪୫ରେ ଭୁବନେଶ୍ୱରରୁ ଆଲାଏନ୍ସ ଏୟାର ବିମାନ ରାଉରକେଲା ଅଭିମୁଖେ ଉଡ଼ାଣ ଭରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ପତାକା ଦେଖାଇ ଉଡ଼ାଣର ଶୁଭାରମ୍ଭ କରିବେ । ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ରହିବେ । ଭୁବନେଶ୍ୱର ଛାଡ଼ିଲା ପରେ ବିମାନଟି ପୂର୍ବାହ୍ନ ୧୧ଟା ୪୦ରେ ରାଉରକେଲାରେ ପହଞ୍ଚିବ ।ଏହାପରେ ମଧ୍ୟାହ୍ନ ୧୨ଟା ୫ରେ ବିମାନ ରାଉରକେଲାରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରେ ଦିନ ୧ଟାରେ ପହଞ୍ଚିବ । ଆସନ୍ତା ୧୨ ତାରଖରୁ ଏହି ବିମାନ ଦୈନିକ ଚଳାଚଳ କରିବ । ପ୍ରତିଦିନ ଅପରାହ୍ନ ୨ଟା ୫୫ରେ ବିମାନ ଭୁବନେଶ୍ୱର ଛାଡ଼ି ୩ଟା ୫୦ରେ ରାଉରକେଲାରେ ପହଂଚିବ । ସେହିପରି ରାଉରକେଲାରୁ ଅପରାହ୍ନ ୪ଟା ୧୫ରେ ବାହାରି ଭୁବନେଶ୍ୱରରେ ୫ଟା ୧୦ରେ ପହଞ୍ଚିବ । ଭୁବନେଶ୍ୱରରୁ ରାଉରକେଲା ଟିକଟର ମୂଲ୍ୟ ୨୮୦୩ ଟଙ୍କା ରହିଥିବା ବେଳେ ରାଉରକେଲାରୁ ଭୁବନେଶ୍ୱର ଟିକେଟର ଦାମ ୨୭୨୧ ଟଙ୍କା ରହିଛି