ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି

ଭୁବନେଶ୍ୱର-: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି । ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍‌ର ସଫଳ ଅସ୍ତ୍ରୋପଚାର ହୋଇଛି । ତାଙ୍କ ବ୍ୟକ୍ତିଗତ ସ୍ଵାସ୍ଥ୍ୟ ପରାମର୍ଶଦାତା ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଏହି ଅସ୍ତ୍ରୋପଚାର କରାଯାଇଥିଲା ।

ଡାକ୍ତର ପଣ୍ଡାଙ୍କ ସୂଚନା ଅନୁସାରେ, ନବୀନ ବର୍ତ୍ତମାନ ଡାକ୍ତରଙ୍କ ନିରୀକ୍ଷଣରେ ଅଛନ୍ତି । ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ସେ ନିରୀକ୍ଷଣରେ ରହିବେ। ୫-୭ ଦିନ ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି ଆଶା କରାଯାଉଛି । ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି । ପ୍ରାୟ ଦୁଇ ଘଣ୍ଟା ଧରି ଚାଲିଥିବା ଏହି ଅସ୍ତ୍ରୋପଚାର ଏସିଆନ୍ ହାର୍ଟ ଇନଷ୍ଟିଚ୍ୟୁଟର ଡାକ୍ତରଙ୍କ ଉପସ୍ଥିତିରେ ଅଭିଜ୍ଞ ସର୍ଜନଙ୍କ ଏକ ଦଳ ଦ୍ୱାରା କରାଯାଇଥିଲା । ଚିକିତ୍ସା ସମୟରେ ନବୀନଙ୍କ ଭାଇ ପ୍ରେମ ପଟ୍ଟନାୟକ ଏବଂ ଭାଉଜ ଉପସ୍ଥିତ ଥିଲେ ।