ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ର ତୃତୀୟ ମହଲାରେ କନଷ୍ଟ୍ରକସନ କାମ ଚାଲିଥିବା ବେଳେ ଆଜି ସନ୍ଧ୍ୟା ସମୟରେ ଏସି ଗ୍ୟାସ ଫିଲିଂ କରାଯାଉଥିବା ବେଳେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ହସ୍ପିଟାଲ ପରିସରରେ ନିର୍ମାଣ କାମ ଚାଲିଥିବା ବେଳେ ବିସ୍ଫୋରଣ ଘଟିଥିବା କୁହାଯାଉଛି। ବିସ୍ଫୋରଣରେ ୩ରୁ ୪ ଜଣ କର୍ମଚାରୀ ସାମାନ୍ୟ ଆହତ ହୋଇଛନ୍ତି ବୋଲି ଜଣାପଡିଛି। ତେବେ ମେଡିକାଲ ପକ୍ଷରୁ ସଙ୍ଗେ ସଙ୍ଗେ ନିଆଁକୁ ଆୟତ୍ତ କରାଯାଇଛି ।